Home Coronavirus Outbreak ରାଜ୍ୟରେ ରେକର୍ଡ଼ ସଂଖ୍ୟକ ମୃତ୍ୟୁ – ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ...

ରାଜ୍ୟରେ ରେକର୍ଡ଼ ସଂଖ୍ୟକ ମୃତ୍ୟୁ – ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୧୪୦ କୁ ବୃଦ୍ଧି

148

ଭୁବନେଶ୍ୱର ୨୬-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ମୃତ୍ୟୁ। ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୪୦ କୁ ବୃଦ୍ଧି ପାଇଛି।
ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧାରୁ ୨ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଗଜପତି ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ।

୩- ଖୋର୍ଦ୍ଧା ଜିଲ୍ଲାର ଜଣେ ୩୫ ବର୍ଷ ବୟସ୍କ ପୁରୁଷ।

୪- ଗଞ୍ଜାମ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କା ମହିଳା।

୫- ସୁନ୍ଦରଗଡ ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୬- ଭୁବନେଶ୍ୱରର ଜଣେ ୫୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, କରୋନାରୀ ଧମନୀ ରୋଗ, ଡାହାଣ ନିମୋଥୋରାକ୍ସ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।

୭- ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୯- ଗଞ୍ଜାମ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୧୦- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

ଅନ୍ୟ କାରଣରୁ ଗଞ୍ଜାମ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୩୪ କୁ ବୃଦ୍ଧି ପାଇଛି।

ଗଞ୍ଜାମ ଜିଲ୍ଲାର ୨୩ ବର୍ଷିୟ କୋଭିଡ ପଜିଟିଭ ମହିଳାଙ୍କ ମୃତ୍ୟୁ ତାଙ୍କର ପ୍ରେଗନାନ୍ସି ଏକ୍ଲାମପ୍ସିଆ କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୯୮୩ [+୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୧ [+୭୩] ଜଣ ସକ୍ରୀୟ ଅଛନ୍ତି। ୬୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୮, ୬୭୮ [+୪୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୧୮୯ [+୪୭୭] ଜଣ ସକ୍ରୀୟ ଅଛନ୍ତି। ୫, ୪୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ [+୬]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୬ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୩, ୦୩୭ [+୧୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୬୯ [+୧୮୫] ଜଣ ସକ୍ରୀୟ ଅଛନ୍ତି। ୧, ୪୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୧, ୦୫୩ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୪ [+୩୨] ଜଣ ସକ୍ରୀୟ ଅଛନ୍ତି। ୭୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.