Odiapua.com

ପୁଣି ରାଜ୍ୟରେ ୧୨୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ – ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୪୮କୁ ବୃଦ୍ଧି

ଭୁବନେଶ୍ୱର ୩୧-୫ (ଓଡ଼ିଆ ପୁଅ) : ରାଜ୍ୟରେ ପୁଣି ୧୨୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୪୮କୁ ବୃଦ୍ଧି ପାଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ ଚିକିତ୍ସାଧୀନ ଥିବାବେଳେ ୧୦୫୦ ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୨ ଆକ୍ରାନ୍ତ ପ୍ରାଣ ହରାଇଥିଲେ ମଧ୍ୟ ସେମାନଙ୍କ ମୃତ୍ୟୁ କରୋନା ଯୋଗୁ ହୋଇନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଏମାନଙ୍କ ଭିତରୁ ୧୧୯ଜଣ ସଙ୍ଗରୋଧ କେନ୍ଦ୍ରର ଥିବା ବେଳେ ୧୦ଜଣ ସ୍ଥାନୀୟ ସଂକ୍ରମିତ ଥିବା ଜଣାଯାଇଛି। ଆାଜି କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୧୮ ଜଣ ଆକ୍ରାନ୍ତ ଅଛନ୍ତି।