Odiapua.com

ରାଜ୍ୟରେ ରେକର୍ଡ଼ – ପୁଣି କରୋନା ନେଲା ୧୩ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୨୭୨ କୁ ବୃଦ୍ଧି

ଭୁବନେଶ୍ୱର ୯-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୩ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୨୭୨ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବାଲେଶ୍ୱର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ୨ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ , ବରଗଡ ଜିଲ୍ଲାରୁ ୧ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ  କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ପୁରୀ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୪୯ କୁ ବୃଦ୍ଧି ପାଇଛି।

ଚିକିତ୍ସିତ ହେଉଥିବା ବେଳେ ୧୩ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବାଲେଶ୍ୱର ଜିଲ୍ଲାର ଜଣେ ୮୧ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୨- ଭୁବନେଶ୍ୱରର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପ, ପୁରୁଣା ସେରେବ୍ରୋ ଭାସ୍କୁଲାର ଦୁର୍ଘଟଣାରେ ପୀଡିତ ଥିଲେ।

୩- ଖୋର୍ଦ୍ଧା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ଏବଂ ମୋଟାପଣରେ ପୀଡିତ ଥିଲେ।

୪- କୋରାପୁଟ ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୫- କୋରାପୁଟ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ।

୬- ବରଗଡ ଜିଲ୍ଲାର ୩୯ ବର୍ଷ ବୟସ୍କ ପୁରୁଷ।

୭- ନୟାଗଡ଼ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୮- ଗଞ୍ଜାମ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- ଗଞ୍ଜାମ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୦- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୧୧- ଗଞ୍ଜାମ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ।

୧୨- ଗଞ୍ଜାମ ଜିଲ୍ଲାର ଜଣେ ୩୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।