Home Coronavirus Outbreak ରାଜ୍ୟରେ ପୁଣି ୧୪୩ କରୋନା ଆକ୍ରନ୍ତ ଚିହ୍ନଟ ୨୩୮୮ମୋଟ ସଂଖ୍ୟା

ରାଜ୍ୟରେ ପୁଣି ୧୪୩ କରୋନା ଆକ୍ରନ୍ତ ଚିହ୍ନଟ ୨୩୮୮ମୋଟ ସଂଖ୍ୟା

336

ଭୁବନେଶ୍ୱର – -୬ (ଓଡ଼ିଆ ପୁଅ) : ପୁଣି ରାଜ୍ୟରେ ୧୪୩ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮ ରେ ପହଁଚିଛି। ଚିହ୍ନଟ ୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୧୧ ଜଣ ସ୍ଥାନୀୟ ବାସିନ୍ଦା। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୪ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୧୩୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.