Home Coronavirus Outbreak ରାଜ୍ୟରେ ପୁଣି ୧୪୬ କରୋନା ଆକ୍ରାନ୍ତ‌ ଚିହ୍ନଟ : ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

ରାଜ୍ୟରେ ପୁଣି ୧୪୬ କରୋନା ଆକ୍ରାନ୍ତ‌ ଚିହ୍ନଟ : ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

611

ଭୁବନେଶ୍ୱର ୧୪-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୧୪୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୫ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କନ୍ଧମାଳରୁ ସର୍ବାଧିକ ୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୧୪୬ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଦା ଜିଲ୍ଲାରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ରାୟଗଡ଼ା ରୁ ୫ଜଣ, କଟକ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ବାଲେଶ୍ୱର ଜିଲ୍ଲା ରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଅନୁଗୁଳ ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୧୯ ଜଣ, କନ୍ଧମାଳ ଜିଲ୍ଲାରୁ ୪୮ ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫ ହୋଇଛି।

ଆଜି ୧୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୨୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫ କୁ ବୃଦ୍ଧି ପାଇଛି। ୨୭୦୮ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୦୨୫୧୩ ହୋଇଛି। କରୋନା କାରଣରୁ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ୧୩୩୩ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

NDRF/ODRAF ଏବଂ ଅଗ୍ନିଶମ ବିଭାଗରୁ ଅମ୍ପାନ ଡ୍ୟୁଟି ସାରି ଆସିଥିବା ୯ ଜଣ ଯବାନ ଆକ୍ରାନ୍ତ ହୋଇଛନ୍ତି।

୧୧୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.