Home Coronavirus Outbreak ପୁଣି ରାଜ୍ୟରେ କରୋନା ନେଲା ୨ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି

ପୁଣି ରାଜ୍ୟରେ କରୋନା ନେଲା ୨ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି

164

ଭୁବନେଶ୍ୱର ୧୬-୭ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୨ ମୁଣ୍ଡ। ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି। ତେବେ ଗଞ୍ଜାମ ଜିଲ୍ଲାରୁ ୨ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୮୬୭ [+୨୪୬] ହୋଇଥିବା ବେଳେ ୧,୮୪୫ [+୨୪୪] ସକ୍ରୀୟ ଆକ୍ରାନ୍ତ ଅଛନ୍ତି ଏବଂ ୨,୯୭୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି ଜିଲ୍ଲାରେ ୪୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି ଏବଂ ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ଗଞ୍ଜାମ ଜିଲ୍ଲାର ଦୁଇ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମୋଟାପଣରେ ପୀଡିତ ଥିଲେ।

୨- ଜଣେ ୩୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.