Odiapua.com

ରାଜ୍ୟରେ ପୁଣି କରୋନା ନେଲା ୨ ଜୀବନ

ଭୁବନେଶ୍ୱର ୨-୭ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ ଦୁଇ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ତେବେ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ଗଞ୍ଜାମ ଜିଲ୍ଲାର ୪୯ ବର୍ଷ ବୟସ୍କ ପୁରୁଷ ଏବଂ ଅନୁଗୁଳ ଜିଲ୍ଲାର ୫୭ ବର୍ଷ ବୟସ୍କ ପୁରୁଷଙ୍କ ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି।

ଏହା ପରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୭ ହୋଇଥିବା ବେଳେ ଅନ୍ୟ କାରଣରୁ ୮ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଆଉ ୨୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ୨୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୯୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୩ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ କୁ ବୃଦ୍ଧି ପାଇଛି। ୫୩୫୩ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୭୪୬୭୨ ହୋଇଛି। କରୋନା କାରଣରୁ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୮ ଜଣଙ୍କର ମୃତ୍ୟୁ ହୋଇଛି। ୨୧୫୭ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।