Home Coronavirus Outbreak ପୁଣି ଗଞ୍ଜାମ ଜିଲ୍ଲାରେ ୨୪ ଆକ୍ରାନ୍ତ ଚିହ୍ନଟ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧

ପୁଣି ଗଞ୍ଜାମ ଜିଲ୍ଲାରେ ୨୪ ଆକ୍ରାନ୍ତ ଚିହ୍ନଟ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧

300

ଭୁବନେଶ୍ୱର ୮-୫ (ଓଡ଼ିଆ ପୁଅ) : ପୁଣି ୨୪ ଗଞ୍ଜାମ ଜିଲ୍ଲାରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଗଞ୍ଜାମ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧ ରେ ପହଁଚିଛି। ଏହା ସହିତ ଗଞ୍ଜାମ ଜିଲ୍ଲା ରାଜ୍ୟରେ ସବୁଠାରୁ ଅଧିକ ସଂକ୍ରମିତ ଜିଲ୍ଲା ଭାବରେ ଶୀର୍ଷରେ ଅଛି। ଆଜି ମୋଟ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଏହି ଜିଲ୍ଲାରୁ। ଗଂଜାମ ଜିଲ୍ଲାର କରୋନା ଆକ୍ରାନ୍ତମାନେ ହେଉଛନ୍ତି ସୁରଟ ଫେରନ୍ତା। ଖୋର୍ଦ୍ଧା ଜିଲ୍ଲାରେ ଜଣେ ନୂଆ କରୋନା ପଜେଟିଭ ଚିହ୍ନଟ ହୋଇଛି। ଏହା ପୂର୍ବରୁ ଭଦ୍ରକ ଜିଲ୍ଲାରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।  ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୧ ଜଣ ଚିକିତ୍ସାଧୀନ ଥିବାବେଳେ ୬୨ ଜଣ ସୁସ୍ଥ ହୋଇଛନ୍ତି। ତେବେ ୨ଜଣଙ୍କ ମୃତ୍ୟୁ ଘଟିଛି।

ଯାଜପୁର ଜିଲ୍ଲାରେ ୫୫ ଜଣ ଆକ୍ରାନ୍ତ ଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି ୫୪ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ୫୧ ଜଣ ଆକ୍ରାନ୍ତ ଥିବା ବେଳେ ୩୨ ସୁସ୍ଥ ହୋଇଛନ୍ତି ୧୭ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ୦୨ ଜଣଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାରେ ୭୧ ଜଣ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ ୭୧ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ବାଲେଶ୍ୱର ଜିଲ୍ଲାରେ ୨୭ ଜଣ ଆକ୍ରାନ୍ତ ଥିବା ବେଳେ ୦୫ ସୁସ୍ଥ ହୋଇଛନ୍ତି ୨୨ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଭଦ୍ରକ ଜିଲ୍ଲାରେ ୨୪ ଜଣ ଆକ୍ରାନ୍ତ ଥିବା ବେଳେ ୧୨ ସୁସ୍ଥ ହୋଇଛନ୍ତି ୧୨ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ସୁନ୍ଦରଗଡ ଜିଲ୍ଲାରେ ୧୨ ଜଣ ଆକ୍ରାନ୍ତ ଥିବା ବେଳେ ୦୬ ସୁସ୍ଥ ହୋଇଛନ୍ତି ୦୬ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। କେନ୍ଦ୍ରାପଡ଼ାରେ ୮ ଜଣ ସଂକ୍ରମିତ ହୋଇଥିବା ବେଳେ ୨ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣ ଚିକିତ୍ସିତ ହେଉଛନ୍ତି। ଜଗତ୍ସିଂହପୁର ଜିଲ୍ଲାରେ ୦୫ ଜଣ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ୦୫ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ମୟୁରଭଞ୍ଜ ଜିଲ୍ଲାରେ ୦୪ ଜଣ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ୦୪ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। କେନ୍ଦ୍ରାପଡା ଜିଲ୍ଲାରେ ୦୮ ଜଣ ଆକ୍ରାନ୍ତ ଥିବା ବେଳେ ୦୨ ସୁସ୍ଥ ହୋଇଛନ୍ତି ୬ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ବାଲାଙ୍ଗୀର ଜିଲ୍ଲାରେ ୦୨ ଜଣ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ୦୨ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଝାରସୁଗୁଡା ଜିଲ୍ଲାରେ ୦୨ ଜଣ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ୦୨ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। କେନ୍ଦୁଝର ଜିଲ୍ଲାରେ ୦୨ ଜଣ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ୦୨ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। କଟକ ଜିଲ୍ଲାରେ ୦୨ ଜଣ ଆକ୍ରାନ୍ତ ଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି ଜଣେ ସକ୍ରିୟ ଆକ୍ରାନ୍ତ ଅଛନ୍ତି। କଳାହାଣ୍ଡି ଜିଲ୍ଲାରେ ୦୨ ଜଣ ଆକ୍ରାନ୍ତ ଥିବା ବେଳେ ୦୨ ସୁସ୍ଥ ହୋଇଛନ୍ତି। କୋରାପୁଟ ଜିଲ୍ଲାରେ ଜଣେ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ ଜଣେ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଦେୂଗଡ଼ ଜିଲ୍ଲାରେ ଜଣେ ଆକ୍ରାନ୍ତ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ଏବଂ ଜଣେ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଢ଼େଙ୍କାନାଳ ଜିଲ୍ଲାରେ ଜଣେ ଆକ୍ରାନ୍ତ ଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି। ପୁରୀ ଜିଲ୍ଲାରେ ଜଣେ ଆକ୍ରାନ୍ତ ଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି। ତେବେ ମୋଟ ୨୭୧ ଜଣ ଆକ୍ରାନ୍ତ ଥିବା ବେଳେ ୬୩ ସୁସ୍ଥ ହୋଇଛନ୍ତି ୨୦୬ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ୦୨ ଜଣଙ୍କର ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.