Home Coronavirus Outbreak ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ – ଆକ୍ରାନ୍ତଙ୍କ ସଂଖ୍ୟା ୧୨୮କୁ ବୃଦ୍ଧି

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ – ଆକ୍ରାନ୍ତଙ୍କ ସଂଖ୍ୟା ୧୨୮କୁ ବୃଦ୍ଧି

525

ଭୁବନେଶ୍ୱର ୩୦-୪ (ଓଡ଼ିଆ ପୁଅ) : ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେଣୁ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ଏହାର ସୂଚନା ଦିଆଯାଇଛି। ୩ ନୂଆ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି। ଫଳରେ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ ୩୯ ଜଣ ସୁସ୍ଥ ହୋଇଛନ୍ତି ଓ ୮୮ଜଣ ଚିକିତ୍ସାଧୀନ ଅଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ଦୃଷ୍ଟିରୁ ଯାଜପୁର ଜିଲ୍ଲା ଦ୍ୱିତୀୟ ସ୍ଥାନରେ ରହିଛି। ଖୋର୍ଦ୍ଧାରେ ରହିଛନ୍ତି ସର୍ବାଧିକ ୪୭ କରୋନା ପଜିଟିଭ୍ ରୋଗୀ ରହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.