Home କୋରାପୁଟ                                                 କୋରାପୁଟ ଜିଲ୍ଲାରେ ୨୧୯ ଜଣ କରୋନା ପଜିଟିଭ ଚିହ୍ନଟ

                                                କୋରାପୁଟ ଜିଲ୍ଲାରେ ୨୧୯ ଜଣ କରୋନା ପଜିଟିଭ ଚିହ୍ନଟ

61

କୋରାପୁଟ ୨୭-୦୫ (ଓଡିଆ ପୁଅ /ରଂଜନ ଦାସ)କୋରାପୁଟ ଜିଲ୍ଲାରେ ଗୁରୁବାର ଦିନ  ୮୦ ଜଣ ମହିଳାଙ୍କ ସମେତ  ୨୧୯ଜଣ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବା ବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୪୧୬୨ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ  ପୌରାଂଚଳରୁ  ୨୨ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୪୮ , ସୁନାବେଡା ପୌରାଂଚଳରୁ ୨୫ ଏବଂ କୋଟପାଡ ଏନଏସିରୁ   ୩ଜଣ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି  ବନ୍ଧୁଗାଁ  ବ୍ଲକରୁ ୨, ବୈପାରିଗୁଡା ବ୍ଲକରୁ ୪,ବୋରିଗୁମ୍ମା ବ୍ଲକରୁ ୨୧,ଦଶମନ୍ତପୁର ବ୍ଲକରୁ ୩,ଜୟପୁର ବ୍ଲକରୁ ୧୯  ଓ କୋରାପୁଟ ବ୍ଲକରୁ ୧୫ ଜଣ ଚିହ୍ନଟ ହୋଇଥିବାବେଳେ  କୋଟପାଡ ବ୍ଲକରୁ ୧୩,କୁନ୍ଦୁରା ବ୍ଲକରୁ୪୮,ଲମତାପୁଟ ବ୍ଲକରୁ ୨,ଲକ୍ଷ୍ମୀପୁର ବ୍ଲକରୁ ୧୩,ନନ୍ଦପୁର ବ୍ଲକରୁ୩,ପଟ୍ଟାଙ୍ଗୀ ବ୍ଲକରୁ ୧୪  ଏବଂ  ସେମିଲିଗୁଡା  ବ୍ଲକରୁ  ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୨୬  ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ  ବୟସର  ୨ ଲକ୍ଷ  ୭୦  ହଜାର ୪୨୩  ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୨୭ ତାରିଖ  ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୧୫୪୨ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୫୮୩ ଟି ସକ୍ରୀୟ କେଶ୍‌  ରହିଛି ଓ  ୩୭ ଜଣ କରୋନା  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.