Home Top News ଗଛରେ ପିଟିହେଲା ବୋଲେରୋ – ୪ ମୃତ, ୪ ଗୁରୁତର

ଗଛରେ ପିଟିହେଲା ବୋଲେରୋ – ୪ ମୃତ, ୪ ଗୁରୁତର

56

ହରିଚନ୍ଦନପୁର, ତା ୩୧ ଡିସେମ୍ବର (ଓଡ଼ିଆ ପୁଅ/ପ୍ରେମାନନ୍ଦ ଦାସ) କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ପଣ୍ଡାପଡା ଥାନା ଅନ୍ତର୍ଗତ ସୋମଗିରି ଗ୍ରାମ ନିକଟସ୍ଥ ଜଙ୍ଗଲ ରାସ୍ତାରେ ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ଖବର ଅନୁଯାୟୀ ମୟୁରଭଞ୍ଜ ରଙ୍ଗମାଟିଆ ଅଞ୍ଚଳରୁ ଏହି ଯୁବକମାନେ ବଳଦ କିଣିବା ପାଇଁ ବୋଲେରୋ ଯୋଗେ ବିଳମ୍ବିତ ରାତିରେ ପିଠାଗୋଳା ଅଞ୍ଚଳକୁ ଆସୁଥିଲେ। କୌଣସି କାରଣରୁ ସୋମଗିରି ଗ୍ରାମ ନିକଟସ୍ଥ ଜଙ୍ଗଲ ରାସ୍ତାରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡ଼ର ଗଛରେ ଧକ୍କା ଦେଇଥିଲା। ଧକ୍କା ହେବାର ସ୍ଥାନୀୟ ଲୋକେ ଖବର ପାଇ ଘଟଣାସ୍ଥଳକୁ ଯାଇ ସମସ୍ତ ଗୁରୁତରଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ମୃତକଙ୍କ ପରିଚୟ ମିଳିନଥିବା ବେଳେ ଘଟଣାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ସତ୍ୟତା ଜାଣିବା ପାଇଁ ଘଟଣାର ଅଧିକରୁ ଅଧିକ ତଦନ୍ତ ଚଳାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.