Home Coronavirus Outbreak ରାଜ୍ୟରେ ପୁଣି ୬୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ – ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି

ରାଜ୍ୟରେ ପୁଣି ୬୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ – ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି

304

ଭୁବନେଶ୍ୱର ୧୬-୫ (ଓଡ଼ିଆ ପୁଅ) : ରାଜ୍ୟରେ ଆଉ ନୂଆ ୬୫ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଯାଜପୁରରୁ ୩୧ଜଣ, ଗଞ୍ଜାମରୁ ୧୩ଜଣ, କଟକରୁ ୬ଜଣ ଓ କେନ୍ଦ୍ରାପଡ଼ାରୁ ୪ଜଣ, ପୁରୀରୁ ୪ଜଣ, ଖୋର୍ଦ୍ଧାରୁ ୩ଜଣ, ମୟୂରଭଞ୍ଜରୁ ୨ଜଣ ଓ ନୟାଗଡରୁ ୨ଜଣ ଅଛନ୍ତି।
୬୫ଜଣଙ୍କ ମଧ୍ୟରୁ ୬୨ଜଣ କ୍ୱାରେଣ୍ଟିନ୍‌ ସେଣ୍ଟରରେ ଓ ୩ ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ।

ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୨୭୭ରେ ପହଞ୍ଚି ଯାଇଛି। ୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ୨୭୪ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି ୩୧ଟି ନୂଆ କେସ୍ ସହିତ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୬୯ ଜଣ ଚିକିତ୍ସାଧୀନ ଅଛନ୍ତି।
କଟକ ଜିଲ୍ଲାରେ ୬ ନୂଆ ଆକ୍ରାନ୍ତଙ୍କୁମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇସାରିଥିବା ବେଳେ ୯ଜଣ ଚିକିତ୍ସାଧୀନ ଅଛନ୍ତି।

କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇଥିବା ବେଳେ ୨୪ ଜଣ ଚିକିତ୍ସାଧୀନ ରହିଛନ୍ତି।
ପୁରୀରେ ୪ ନୂଆ ଆକ୍ରାନ୍ତଙ୍କ ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି।

ଖୋର୍ଦ୍ଧାରେ ଆଉ ୩ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ୫୬ରେ ପହଞ୍ଚିଛି ଓ ସେମାନଙ୍କ ମଧ୍ୟରୁ ୪୫ ଜଣ ସୁସ୍ଥ ହୋଇସାରିଥିବା ବେଳେ କୋବଳ ୯ ଜଣ ଚିକିତ୍ସାଧୀନ ଅଛନ୍ତି।

ମୟୂରଭଞ୍ଜ ନୂଆ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହୋଇଛି।
ନୟାଗଡ଼ରେ ଆଉ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୫୬୮ ଜଣ ଚିକିତ୍ସାଧୀନ ଥିବାବେଳେ ୧୬୬ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.