Home Coronavirus Outbreak ପୁଣି କରୋନା ନେଲା ୭ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୧୫୪ କୁ ବୃଦ୍ଧି

ପୁଣି କରୋନା ନେଲା ୭ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୧୫୪ କୁ ବୃଦ୍ଧି

133

ଭୁବନେଶ୍ୱର ୨୮-୭ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୭ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୫୪ କୁ ବୃଦ୍ଧି ପାଇଛି।

କଟକରୁ ଜଣେ, ଗଞ୍ଜାମରୁ ୩ ଜଣ, ଖୋର୍ଦ୍ଧାରୁ ଜଣେ, ରାୟଗଡ଼ାରୁ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୭ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୨- ରାୟାଗଡା ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୩- ରାୟାଗଡା ଜିଲ୍ଲାର ଜଣେ ୩୧ ବର୍ଷ ବୟସ୍କ ପୁରୁଷ।

୪- ଗଞ୍ଜାମ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ।

୫- କଟକ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ବ୍ରୋଙ୍କିଆଲ୍ ଆଜମା ଏବଂ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ୩୯ ବର୍ଷ ବୟସ୍କ ପୁରୁଷ।

୭- ଭୁବନେଶ୍ୱରର ଜଣେ ୫ ବର୍ଷର ବାଳକ ଯିଏକି ସେରେବ୍ରାଲ୍ ପାଲସିରେ ମଧ୍ୟ ଆକ୍ରାନ୍ତ ହୋଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.