Home Coronavirus Outbreak ପୁଣି କରୋନା ନେଲା ୭ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୧୪୭ କୁ ବୃଦ୍ଧି

ପୁଣି କରୋନା ନେଲା ୭ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୧୪୭ କୁ ବୃଦ୍ଧି

103

ଭୁବନେଶ୍ୱର ୨୭-୭ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୭ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୪୭ କୁ ବୃଦ୍ଧି ପାଇଛି।
କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧାରୁ ୧ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୭ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ସୁନ୍ଦରଗଡ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କା ମହିଳା।

୪- ଗଞ୍ଜାମ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୬- କଟକ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ।

୭- ମାଲକାନଗିରି ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.