Home Coronavirus Outbreak ଓଡ଼ିଶାରେ ନୂଆ ୭ କରୋନା ଆକ୍ରାନ୍ତ ଚିହ୍ନଟ – ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି

ଓଡ଼ିଶାରେ ନୂଆ ୭ କରୋନା ଆକ୍ରାନ୍ତ ଚିହ୍ନଟ – ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି

337

ଭୁବନେଶ୍ବର ୨୮-୪ (ଓଡ଼ିଆ ପୁଅ) : ଆଜି ପୁଣି ରାଜ୍ୟରେ ନୂଆ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪ ଜଣ ସୁନ୍ଦରଗଡ଼ରୁ ଓ ୩ ଜଣ ଭଦ୍ରକରୁ ଚିହ୍ନଟ ହୋଇଛନ୍ତି।

ତେବେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଓ ଭଦ୍ରକରେ ୧୯କୁ ବୃଦ୍ଧି ପାଇଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

କରୋନାରେ ଆଜି ସୁଦ୍ଧା ୧୧୮ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ଘଟିଥିବା ୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପୂର୍ବରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୩ ଜଣ ‘କରୋନା’ ଆକ୍ରାନ୍ତ ବିଭିନ୍ନ ମେଡିକାଲ୍‌ରେ ଚିକିତ୍ସାଧୀନ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.