ନୂଆ ଦିଲ୍ଲୀ ୫-୬ (ଓଡ଼ିଆ ପୁଅ) ଶୁକ୍ରବାର ପୂର୍ବାହ୍ନରେ ଉତ୍ତରପ୍ରଦେଶର ପ୍ରତାପଗଡ଼ ଜିଲ୍ଲାରେ ଏକ ଏସ୍ୟୁଭି କାର ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଶିଶୁଙ୍କ ସମେତ ନଅ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି।
ୱାଜିଦପୁର ଗ୍ରାମ ନିକଟରେ ସକାଳ ପ୍ରାୟ ୫.୩୦ ସମୟରେ ଏହି ଦୁର୍ଘଟଣା ଘଟିଥିବା ପୋଲିସ କହିଛି। ସମସ୍ତ ନଅ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା ବୋଲି ପୋଲିସ୍ କହିଛି।
ମୃତଦେହଗୁଡ଼ିକୁ ବାହାର କରିବା ଏବଂ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଆହତମାନଙ୍କୁ ଉଦ୍ଧାର କରିବା ପାଇଁ ପୋଲିସକୁ ଗ୍ୟାସ କଟର ବ୍ୟବହାର କରିବାକୁ ପଡିଥିଲା।
ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଦୁର୍ଘଟଣାରେ ଶୋକ ଓ ଦୁଃଖ ପ୍ରକାଶ କରିଛନ୍ତି ଏବଂ ଆହତଙ୍କୁ ତୁରନ୍ତ ଏବଂ ଉପଯୁକ୍ତ ଚିକିତ୍ସା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।