ବାଲିଗୁଡା ୨୨/୭ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) ଭାରସାମ୍ୟ ହରାଇ ରାସ୍ତାରୁ ୧୦ ଫୁଟ୍ ତଳକୁ ଖସିଲା ୧୦୮ ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ ରୋଗୀ, ଡ୍ରାଇଭର ଓ କର୍ମଚାରୀ। ସୂଚନା ପ୍ରକାରେ ରବିବାର ଦିନ ସକାଳୁ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରୁ ଜଣେ ରୋଗୀକୁ ଅଧିକ ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସରେ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ରୋଗୀ ନେଇ ଯାଉଥିବା ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ଯାଉଥିବା ସମୟରେ କ.ନୂଆଗାଁ ଥାନା ଡାମେରିକିଆ ନିକଟରେ ଭାରସାମ୍ୟ ହରାଇ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣାପଡିଛି। ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନଥିବା ଜଣାପଡିଛି। କିଛିସମୟ ପରେ ଅନ୍ୟ ଏକ ଆମ୍ବୁଲାନ୍ସରେ ରୋଗୀକୁ ଫୁଲବାଣୀ ପଠାଯାଇଛି।








