ବାଲେଶ୍ଵର,୧୦/୦୮,(ଓଡ଼ିଆ ପୁଅ/ ପଙ୍କଜିନୀ ନାୟକ): ଆଜି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଅଚାନକ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି । ମନ୍ତ୍ରୀଙ୍କ ଗସ୍ତ ପରେ ବାଲେଶ୍ୱର ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ମଧ୍ୟ ପହଞ୍ଚିଥିଲେ ।
ପରେ ମେଡିକାଲର ପରିମଳ ବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀ ଉଦ୍ବେଗ ପ୍ରକାଶ କରିବା ସହ ରୋଗୀସେବା ଓ ଉନ୍ନତ ଚିକିତ୍ସା ବ୍ୟବସ୍ଥା ନେଇ ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରିଥିଲେ ।