ଭୁୁବନେଶର ୫ା୫ (ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ) ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ଏବଂ ତାଙ୍କର ବୟସ ୧୮ ବର୍ଷ। ସେ ଜଣେ ସୁରତ ଫେରନ୍ତା ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଯୁବକ ସରକାରୀ ସଙ୍ଗରୋଧରେ ଥିଲେ। ସେ କାହା ସଂସ୍ପର୍ଶରେ ଆସିଥିଲେ, ସେ ନେଇ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରେ ଏହାକୁ ମିଶାଇ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଥିବା ସୂଚନା ଦିଆଯାଇଛି।
First Health Update, 5th May
One positive in Ganjam
18 yr Male
(Surat returnee. In Govt quarantine)Contact tracing and follow-up action is being done.
Tota Covid19 Positive Case :170
— I & PR Department, Odisha (@IPR_Odisha) May 5, 2020