Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା : ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ସଭାପତି ବିମ୍ବାଧର ମୁଦୁଲି ସମ୍ବର୍ଦ୍ଧିତ

କେନ୍ଦ୍ରାପଡା : ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ସଭାପତି ବିମ୍ବାଧର ମୁଦୁଲି ସମ୍ବର୍ଦ୍ଧିତ

46

କେନ୍ଦ୍ରାପଡା ୧୬/୮(ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ)- ଦେଶରେ କରୋନାର ଭୟାବହତା ଦୃଷ୍ଟିରୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଗାଇଡଲାଇନ ଅନୁଯାଇ ଅଗଷ୍ଟ ୧୫ ବା ସ୍ୱାଧୀନତା ଦିବସର କାର୍ଯ୍ୟକ୍ରମକୁ କାଂଟଛାଂଟ କରାଯାଇଛି। ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ନିର୍ଦେଶରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ସଭାପତି ବିମ୍ବାଧର ମୁଦୁଲିଙ୍କ ବାସଭବନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଶ୍ରୀ ମୁଦୁଲିଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ଉପନିର୍ଦେଶକ ଚନ୍ଦ୍ରକାନ୍ତ ନାୟକ ସଭାପତି ଶ୍ରୀ ମୁଦୁଲିଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସମାଜସେବୀ ତଥା କୃଷକ ନେତା ବିଜୟ କୁମାର ପରିଡା ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.