ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ଓଡ଼ିଶା ପ୍ରଦେଶର ନବ ନିର୍ବାଚିତ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମାନଙ୍କର ପ୍ରଥମ ରାଜ୍ୟ କାର୍ଯ୍ୟକରିଣୀ ଏକ ଦିବସିୟ ବୈଠକ ଆରମ୍ଭ ହୋଇଯାଇଛି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଯାଇଥିବା ବେଳେ ପର୍ଯ୍ୟାୟ କ୍ରମେ ବିଭିନ୍ନ ସତ୍ରରେ ସନ୍ଧ୍ୟାରେ ବୈଠକର ସମାପନ ହେବ।
ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଆୟୋଜିତ ହେଉଥିବା ଏହି ବୈଠକରେ ଦିଲ୍ଲୀ ମୁଖ୍ୟାଳୟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରସାଦ ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ସଚିବ ତଥା ଓଡ଼ିଶା ପ୍ରଭାରୀ ଅରୁଣ ସିଂ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ପ୍ରବକ୍ତା ଡଃ ସମ୍ବିତ ପାତ୍ର, ବାଲେଶ୍ୱର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଅଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ତାଙ୍କ ସ୍ୱାଗତ ଭାଷଣ ଦେବା ସହ ପ୍ରଥମ ସତ୍ର ସମାପ୍ତ ହୋଇଯାଇଛି। ସମାପନ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ଯୁଗ୍ମ ସଙ୍ଗଠନ ସମ୍ପାଦକ ସୌଦାନ ସିଂ ଯୋଗଦେବେ ବୋଲି ସୂଚନା ମିଳିଛି।/- ଦେବଦତ୍ତ ରଥ