Home ଜାତୀୟ ଜଲଗାଓଁ ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଜଲଗାଓଁ ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

83

ନୂଆ ଦିଲ୍ଲୀ ୧୫-୨ (ଓଡ଼ିଆ ପୁଅ) ମହାରାଷ୍ଟ୍ରର ଜଲଗାଓଁଠାରେ ଘଟିଥିବା ଟ୍ରକ ଦୁର୍ଘଟଣାର ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁକମ୍ପା ରାଶି ଅନୁମୋଦନ କରିଛନ୍ତି।

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି ଯେ, ମହାରାଷ୍ଟ୍ରର ଜଲଗାଓଁଠାରେ ଘଟିଥିବା ହୃଦୟ ବିଦାରକ ଟ୍ରକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନୁମୋଦନ କରିଛନ୍ତି। ସେହିଭଳି ଗୁରୁତର ଭାବେ ଆହତ ବ୍ୟକ୍ତିମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ”।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.