କୋରାପୁଟ ୧୯-୦୪(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ସୋମବାର ଦିନ ୫ଜଣ ମହିଳାଙ୍କ ସମେତ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଜୟପୁର ପୌରାଂଚଳରୁ ୬, କୋରାପୁଟ ପୌରାଂଚଳରୁ ୧ ଓ ସୁନାବେଡା ପୌରାଂଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୧,ଜୟପୁର ବ୍ଲକରୁ ୪,କୁନ୍ଦୁରା ବ୍ଲକରୁ ୨,କୋଟପାଡ ବ୍ଲକରୁ ୪, ଏବଂ ନନ୍ଦପୁର ବ୍ଲକରୁ ୨ଜଣ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଏପ୍ରିଲ ୧୮ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୧ଲକ୍ଷ ୯୫ ହଜାର ୭୯୯ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।