କୋରାପୁଟ ୦୮-୦୫(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଶନିବାର ଦିନ ୪୮ଜଣ ମହିଳାଙ୍କ ସମେତ ୧୨୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ଓ ଜୟପୁର ପୌରାଂଚଳରୁ ୧୭ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସୁନାବେଡା ପୈାରାଂଚଳରୁ ୧୪ ଏବଂ କୋଟପାଡ ଏନଏସିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୭,ବୈପାରିଗୁଡା ବ୍ଲକରୁ ୭,ବୋରିଗୁମ୍ମା ବ୍ଲକରୁ ୪,ଦଶମନ୍ତପୁର ବ୍ଲକରୁ ୬,ଜୟପୁର ବ୍ଲକରୁ ୫ ଓ କୋରାପୁଟ ବ୍ଲକରୁ ୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୭,କୁନ୍ଦୁରା ବ୍ଲକରୁ ୧୦,ଲମତାପୁଟ ବ୍ଲକରୁ ୬,ଲକ୍ଷ୍ମୀପୁର ବ୍ଲକରୁ ୫,ନନ୍ଦପୁର ବ୍ଲକରୁ ୨,ନାରାୟଣପାଟଣା ବ୍ଲକରୁ ୧ ଏବଂ ସେମିଲିଗୁଡା ବ୍ଲକରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୭ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୩୭ ହଜାର ୧୧୨ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୮ ସୁଦ୍ଧା ଜିଲାର ମୋଟ ୯୮୫୪ ଆକ୍ରାନ୍ତଙ୍କ ଭିତରୁ ୮୬୫୪ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୧୭୯ ଟି ଏକ୍ଟିଭ କେସ ରହିଛି ଓ ୨୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦେଇଛି ।