କୋରାପୁଟ ୧୧-୦୫(ଓଡିଆ ପୁଅ /ରଂଜନ ଦାସ)କୋରାପୁଟ ଜିଲାରେ ମଙ୍ଗଳବାର ୬୭ଜଣ ମହିଳାଙ୍କ ସମେତ ୧୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୯୬ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ସର୍ବାଧିକ ୪୬ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୩୪, ସୁନାବେଡା ପୌରାଂଚଳରୁ ୭ ଏବଂ କୋଟପାଡ ଏନଏସିରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୩,ବୈପାରିଗୁଡା ବ୍ଲକରୁ ୩,ବୋରିଗୁମ୍ମା ବ୍ଲକରୁ ୬,ଦଶମନ୍ତପୁର ବ୍ଲକରୁ ୬,ଜୟପୁର ବ୍ଲକରୁ ୧୪ ଓ କୋରାପୁଟ ବ୍ଲକରୁ ୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୩,କୁନ୍ଦୁରା ବ୍ଲକରୁ ୭,ଲମତାପୁଟ ବ୍ଲକରୁ ୪,ଲକ୍ଷ୍ମୀପୁର ବ୍ଲକରୁ ୧୩,ନନ୍ଦପୁର ବ୍ଲକରୁ ୨,ନାରାୟଣପାଟଣା ବ୍ଲକରୁ ୧,ପଟ୍ଟାଙ୍ଗୀ ବ୍ଲକରୁ ୩ ଏବଂ ସେମିଲିଗୁଡା ବ୍ଲକରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୧୦ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୪୨ ହଜାର ୨୨୩ ଜଣଙ୍କୁ କରୋନା ଟୀକା କରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ମଇ ୧୧ ସୁଦ୍ଧା ଜିଲାର ମୋଟ ୧୦୨୯୬ ଆକ୍ରାନ୍ତଙ୍କ ଭିତରୁ ୮୯୩୦ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୩୪୫ ଟି ଏକ୍ଟିଭ କେସ ରହିଛି ଓ ୨୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲା ପ୍ରଶାସନ ସୂଚନା ଦେଇଛି ।