କୋରାପୁଟ ୧୭-୦୫(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ସୋମବାର ଦିନ ୧୧୨ ଜଣ ମହିଳାଙ୍କ ସମେତ ୨୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୬୮ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୪୪ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୭୧, ସୁନାବେଡା ପୌରାଂଚଳରୁ ୨୭ ଏବଂ କୋଟପାଡ ଏନଏସିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୫, ବୈପାରିଗୁଡା ବ୍ଲକରୁ ୧୫,ବୋରିଗୁମ୍ମା ବ୍ଲକରୁ ୩୩,ଦଶମନ୍ତପୁର ବ୍ଲକରୁ ୧୫,ଜୟପୁର ବ୍ଲକରୁ ୨୨ ଓ କୋରାପୁଟ ବ୍ଲକରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୮,ଲମତାପୁଟ ବ୍ଲକରୁ ୮,ଲକ୍ଷ୍ମୀପୁର ବ୍ଲକରୁ ୪,ନନ୍ଦପୁର ବ୍ଲକରୁ ୩,ନାରାୟଣପାଟଣା ବ୍ଲକରୁ ୭,ପଟ୍ଟାଙ୍ଗୀ ବ୍ଲକରୁ ୫ ଏବଂ ସେମିଲିଗୁଡା ବ୍ଲକରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୧୬ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୪୮ ହଜାର ୪୦୮ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୧୬ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୯୬୬୮ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୯୭୮ ଟି ସକ୍ରୀୟ କେଶ୍ ରହିଛି ଓ ୨୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।