କୋରାପୁଟ ୨୧-୦୫(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଶୁକ୍ରବାର ଜିଲାରେ ଶୁକ୍ରବାର ଦିନ ୯୪ଜଣ ମହିଳାଙ୍କ ସମେତ ୨୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୫ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୨୬ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୪୫ , ସୁନାବେଡା ପୌରାଂଚଳରୁ ୨୫ ଏବଂ କୋଟପାଡ ଏନଏସିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୧, ବୈପାରିଗୁଡା ବ୍ଲକରୁ ୮,ବୋରିଗୁମ୍ମା ବ୍ଲକରୁ ୮,ଦଶମନ୍ତପୁର ବ୍ଲକରୁ ୧୦,ଜୟପୁର ବ୍ଲକରୁ ୯ ଓ କୋରାପୁଟ ବ୍ଲକରୁ ୨୧ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୧,କୁନ୍ଦୁରା ବ୍ଲକରୁ ୨୦,ଲମତାପୁଟ ବ୍ଲକରୁ୪,ଲକ୍ଷ୍ମୀପୁର ବ୍ଲକରୁ ୧୭,ନନ୍ଦପୁର ବ୍ଲକରୁ ୧୦,ନାରାୟଣପାଟଣା ବ୍ଲକରୁ ୨,ପଟ୍ଟାଙ୍ଗୀ ବ୍ଲକରୁ ୯ ଏବଂ ସେମିଲିଗୁଡା ବ୍ଲକରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୨୦ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୫୪ ହଜାର ୭୧୮ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୨୦ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୦୨୧୫ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୫୩୭ ଟି ସକ୍ରୀୟ କେସ ରହିଛି ଓ ୩୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।