ନୂଆ ଦିଲ୍ଲୀ ୨୩-୫ (ଓଡ଼ିଆ ପୁଅ) ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଶିକ୍ଷା ମନ୍ତ୍ରୀ ତଥା ରାଜ୍ୟ ଶିକ୍ଷା ସଚିବମାନଙ୍କର ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହେଉଛି।
ଏହି ବୈଠକରେ CBSE, ICSE ଦ୍ୱାଦଶ ବୋର୍ଡ ପରୀକ୍ଷା ୨୦୨୧ ଏବଂ NEET, JEE ମେନ୍ ଭଳି ବୃତ୍ତିଗତ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା ଉପରେ ଆଲୋଚନା ହେବ।
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ‘ନିଶଙ୍କ’, କେନ୍ଦ୍ର ମହିଳା ଓ ଶିଶୁ ମନ୍ତ୍ରୀ ସ୍ମୃତି ଜୁବିନ୍ ଇରାନୀ ଏବଂ କେନ୍ଦ୍ର ମନ୍ତ୍ରୀ ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଦକରଙ୍କ ଉପସ୍ଥିତିରେ ଏହି ଭର୍ଚୁଆଲ୍ ବୈଠକ ପୂର୍ବାହ୍ନ ୧୧.୩୦ ରେ ଆରମ୍ଭ ହୋଇଛି।