କୋରାପୁଟ୨୯-୦୫(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଶନିବାର ଦିନ ୯୦ଜଣ ମହିଳାଙ୍କ ସମେତ ୨୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୫୮୪ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୩୧ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୩୭ , ସୁନାବେଡା ପୌରାଂଚଳରୁ ୨୨ ଏବଂ କୋଟପାଡ ଏନଏସିରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୭, ବୈପାରିଗୁଡା ବ୍ଲକରୁ ୨,ବୋରିଗୁମ୍ମା ବ୍ଲକରୁ ୬,ଦଶମନ୍ତପୁର ବ୍ଲକରୁ ୯,ଜୟପୁର ବ୍ଲକରୁ ୧୭ ଓ କୋରାପୁଟ ବ୍ଲକରୁ ୨୮ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୮,ଲମତାପୁଟ ବ୍ଲକରୁ ୧,ଲକ୍ଷ୍ମୀପୁର ବ୍ଲକରୁ ୬,ନନ୍ଦପୁର ବ୍ଲକରୁ୧,ନାରାୟଣପାଟଣା ବ୍ଲକରୁ ୭,ପଟ୍ଟାଙ୍ଗୀ ବ୍ଲକରୁ ୩ ଏବଂ ସେମିଲିଗୁଡା ବ୍ଲକରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୨୮ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୮୨ ହଜାର ୮୪୮ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୨୯ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୨୧୨୪ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୪୧୮ ଟି ସକ୍ରୀୟ କେସ ରହିଛି ଓ ୪୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।