କୋରାପୁଟ ୦୩-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଗୁରୁବାର ଦିନ ୩୪ଜଣ ମହିଳାଙ୍କ ସମେତ ୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୫୨୯ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୧୨ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୨୨ , ସୁନାବେଡା ପୌରାଂଚଳରୁ ୯ ଏବଂ କୋଟପାଡ ଏନଏସିରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବନ୍ଧୁଗାଁ ଏବଂ ପଟ୍ଟାଙ୍ଗୀ ବ୍ଲକରୁ ଗୁରୁବାର ଦିନ ଜଣେ ମଧ୍ୟ ସଂକ୍ରମିତ ଚିହ୍ନଟ ହୋଇ ନ ଥିବାବେଳେ ବୈପାରିଗୁଡା ବ୍ଲକରୁ ୧,ବୋରିଗୁମ୍ମା ବ୍ଲକରୁ ୨,ଦଶମନ୍ତପୁର ବ୍ଲକରୁ ୧,ଜୟପୁର ବ୍ଲକରୁ ୬ ଓ କୋରାପୁଟ ବ୍ଲକରୁ ୯ ଜଣ ଚିହ୍ନଟ ହୋଇଛନ୍ତି । କୋଟପାଡ ବ୍ଲକରୁ ୧,କୁନ୍ଦୁରା ବ୍ଲକରୁ ୧୭,ଲମତାପୁଟ ବ୍ଲକରୁ ୨,ଲକ୍ଷ୍ମୀପୁର ବ୍ଲକରୁ ୪, ନନ୍ଦପୁର ବ୍ଲକରୁ ୪,ନାରାୟଣପାଟଣା ବ୍ଲକରୁ ୪ ଏବଂ ସେମିଲିଗୁଡା ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୨ ତାରିଖ ସୁଦ୍ଧା ୨ ଲକ୍ଷ ୯୧ ହଜାର ୬୦୧ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୨ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୩୩୧୦ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୧୭୭ଟି ସକ୍ରୀୟ କେସ ରହିଛି ଓ ୪୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।