କୋରାପୁଟ ୦୫-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଶନିବାର ଦିନ ୫୯ଜଣ ମହିଳାଙ୍କ ସମେତ ୧୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୮୭୫ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୧୬ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୧୫,ସୁନାବେଡା ପୌରାଂଚଳରୁ ୯ ଏବଂ କୋଟପାଡ ଏନଏସିରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୨,ବୈପାରିଗୁଡା ବ୍ଲକରୁ ୮, ବୋରିଗୁମ୍ମା ବ୍ଲକରୁ ୨୨,ଦଶମନ୍ତପୁର ବ୍ଲକରୁ ୫,ଜୟପୁର ବ୍ଲକରୁ ୧୩ ଓ କୋରାପୁଟ ବ୍ଲକରୁ୧୧ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୧୫,କୁନ୍ଦୁରା ବ୍ଲକରୁ ୮,ଲମତାପୁଟ ବ୍ଲକରୁ ୧୦,ଲକ୍ଷ୍ମୀପୁର ବ୍ଲକରୁ ୫,ନନ୍ଦପୁର ବ୍ଲକରୁ ୨,ନାରାୟଣପାଟଣା ବ୍ଲକରୁ ୪,ପଟ୍ଟାଙ୍ଗୀ ବ୍ଲକରୁ ୩ ଏବଂ ସେମିଲିଗୁଡା ବ୍ଲକରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ୍ ୪ ତାରିଖ ସୁଦ୍ଧା ୨ ଲକ୍ଷ ୯୭ ହଜାର ୩୭୭ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୪ ତାରିଖ ସୁଦ୍ଧା ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୩୭୪୫ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୦୮୮ଟି ସକ୍ରୀୟ କେଶ୍ ରହିଛି ଓ ୪୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।