କୋରାପୁଟ ୧୩-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ରାବିବାର ଦିନ ୩୬ଜଣ ମହିଳାଙ୍କ ସମେତ ୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯୦୯ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ୧୦ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୧୪,ସୁନାବେଡା ପୌରାଂଚଳରୁ ୧୨ ଏବଂ କୋଟପାଡ ଏନଏସିରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦଶମନ୍ତପୁର ଏବଂ କୋରାପୁଟ ବ୍ଲକରୁ ରବିବାର କେହି ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ଜଣା ପଡିଛି । ସେହିପରି ବନ୍ଧୁଗାଁ ବ୍ଲକରୁ ୮,ବୈପାରିଗୁଡା ବ୍ଲକରୁ ୩,ବୋରିଗୁମ୍ମା ବ୍ଲକରୁ ୧୬,ଜୟପୁର ବ୍ଲକରୁ ୩ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୧,କୁନ୍ଦୁରା ବ୍ଲକରୁ ୪,ଲମତାପୁଟ ବ୍ଲକରୁ ୧,ଲକ୍ଷ୍ମୀପୁର ବ୍ଲକରୁ ୧,ନନ୍ଦପୁର ବ୍ଲକରୁ ୧,ନାରାୟଣପାଟଣା ବ୍ଲକରୁ ୩,ପଟ୍ଟାଙ୍ଗୀ ବ୍ଲକରୁ ୧ ଏବଂ ସେମିଲିଗୁଡା ବ୍ଲକରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୧୨ ତାରିଖ ସୁଦ୍ଧା ୩ ଲକ୍ଷ ୧୧ ହଜାର ୩୩୫ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୧୨ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୫୩୦୦ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୫୬୫ଟି ସକ୍ରୀୟ କେସ ରହିଛି ଓ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।