କୋରାପୁଟ ୧୪-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ସୋମବାର ଦିନ ୨୬ଜଣ ମହିଳାଙ୍କ ସମେତ ୬୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯୭୪ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୨ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୧୬,ସୁନାବେଡା ପୌରାଂଚଳରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କୋଟପାଡ ଏନଏସିରେ ସୋମବାର କେହି ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ଜଣା ପଡିଛି । ସେହିପରି ବନ୍ଧୁଗାଁ ବ୍ଲକରୁ ୧,ବୈପାରିଗୁଡା ବ୍ଲକରୁ ୧,ବୋରିଗୁମ୍ମା ବ୍ଲକରୁ ୧,ଦଶମନ୍ତପୁର ବ୍ଲକରୁ ୪,ଜୟପୁର ବ୍ଲକରୁ ୫ ଓ କୋରାପୁଟ ବ୍ଲକରୁ ୮ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୨,କୁନ୍ଦୁରା ବ୍ଲକରୁ ୧,ଲମତାପୁଟ ବ୍ଲକରୁ ୨,ଲକ୍ଷ୍ମୀପୁର ବ୍ଲକରୁ ୨,ନନ୍ଦପୁର ବ୍ଲକରୁ ୧,ନାରାୟଣପାଟଣା ବ୍ଲକରୁ ୪,ପଟ୍ଟାଙ୍ଗୀ ବ୍ଲକରୁ ୩ ଏବଂ ସେମିଲିଗୁଡା ବ୍ଲକରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୧୩ ତାରିଖ ସୁଦ୍ଧା ୩ ଲକ୍ଷ ୧୧ ହଜାର ୩୩୫ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୧୩ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୫୪୮୫ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୪୪୫ଟି ସକ୍ରୀୟ କେସ ରହିଛି ଓ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।