କୋରାପୁଟ ୧୫-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ମଙ୍ଗଳବାର ଦିନ ୨୯ଜଣ ମହିଳାଙ୍କ ସମେତ ୬୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦୩୭ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୫ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୧୪,ସୁନାବେଡା ପୌରାଂଚଳରୁ ୫ ଓ କୋଟପାଡ ଏନଏସିରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବନ୍ଧୁଗାଁ ,ଦଶମନ୍ତପୁର,ଜୟପୁର,ପଟ୍ଟାଙ୍ଗୀ ଓ ସେମିଲିଗୁଡା ବ୍ଲକରୁ ଆଜି କେହି ଆକ୍ରାନ୍ତ ଚିହ୍ନଟ ହୋଇନଥିବା ଜଣାପଡିଛି । ସେହିପରି ବୈପାରିଗୁଡା ବ୍ଲକରୁ ୯,ବୋରିଗୁମ୍ମା ବ୍ଲକରୁ ୩ ଓ କୋରାପୁଟ ବ୍ଲକରୁ ୨ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୧,କୁନ୍ଦୁରା ବ୍ଲକରୁ ୫,ଲମତାପୁଟ ବ୍ଲକରୁ ୧,ଲକ୍ଷ୍ମୀପୁର ବ୍ଲକରୁ ୧୧,ନନ୍ଦପୁର ବ୍ଲକରୁ ୧,ନାରାୟଣପାଟଣା ବ୍ଲକରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୧୪ ତାରିଖ ସୁଦ୍ଧା ୩ ଲକ୍ଷ ୧୧ ହଜାର ୬୩୮ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୧୪ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୫୭୨୭ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୨୬୬ଟି ସକ୍ରୀୟ କେସ ରହିଛି ଓ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।