କୋରାପୁଟ ୧୭-୦୬ (ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଗୁରୁବାର ଦିନ ୨୮ଜଣ ମହିଳାଙ୍କ ସମେତ ୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୧୭୩ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୧୨,ସୁନାବେଡା ପୌରାଂଚଳରୁ ୯ ଓ କୋଟପାଡ ଏନଏସିରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବନ୍ଧୁଗାଁ ଓ ଲକ୍ଷ୍ମୀପୁର ବ୍ଲକରେ ଆଜି କେହି ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ଜଣାପଡିଛି । ସେହିପରି ବୈପାରିଗୁଡା ବ୍ଲକରୁ ୪,ବୋରିଗୁମ୍ମା ବ୍ଲକରୁ ୬,ଦଶମନ୍ତପୁର ବ୍ଲକରୁ ୧,ଜୟପୁର ବ୍ଲକରୁ ୯ ଓ କୋରାପୁଟ ବ୍ଲକରୁ ୮ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୪,କୁନ୍ଦୁରା ବ୍ଲକରୁ ୧,ଲମତାପୁଟ ବ୍ଲକରୁ ୧,ନନ୍ଦପୁର ବ୍ଲକରୁ ୨,ନାରାୟଣପାଟଣା ବ୍ଲକରୁ ୧,ପଟ୍ଟାଙ୍ଗୀ ବ୍ଲକରୁ ୮ ଏବଂ ସେମିଲିଗୁଡା ବ୍ଲକରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୧୬ ତାରିଖ ସୁଦ୍ଧା ୩ ଲକ୍ଷ ୧୭ ହଜାର ୧୦୭ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୧୬ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୬୦୨୧ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୧୦୮ଟି ସକ୍ରୀୟ କେସ ରହିଛି ଓ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।