କୋରାପୁଟ ୧୮-୦୬ (ଓଡିଆ ପୁଅ /ରଂଜନ ଦାସ)କୋରାପୁଟ ଜିଲ୍ଲାରେ ଶୁକ୍ରବାର ଦିନ ୪୦ଜଣ ମହିଳାଙ୍କ ସମେତ ୭୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୫୦ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୪ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୧୭,ସୁନାବେଡା ପୌରାଂଚଳରୁ ୬ ଓ କୋଟପାଡ ଏନଏସିରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୧, ବୈପାରିଗୁଡା ବ୍ଲକରୁ ୫,ବୋରିଗୁମ୍ମା ବ୍ଲକରୁ ୫,ଦଶମନ୍ତପୁର ବ୍ଲକରୁ ୧,ଜୟପୁର ବ୍ଲକରୁ ୮ ଓ କୋରାପୁଟ ବ୍ଲକରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୧,କୁନ୍ଦୁରା ବ୍ଲକରୁ ୬,ଲମତାପୁଟ ବ୍ଲକରୁ ୧, ଲକ୍ଷ୍ମୀପୁର ବ୍ଲକରୁ ୪, ନନ୍ଦପୁର ବ୍ଲକରୁ ୦,ନାରାୟଣପାଟଣା ବ୍ଲକରୁ ୨,ପଟ୍ଟାଙ୍ଗୀ ବ୍ଲକରୁ ୧ ଏବଂ ସେମିଲିଗୁଡା ବ୍ଲକରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଶୁକ୍ରବାର ଦିନ ନନ୍ଦପୁର ବ୍ଲକରୁ ପଜିଟିଭ ଚିହ୍ନଟ ହୋଇ ନ ଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୧୭ ତାରିଖ ସୁଦ୍ଧା ୩ ଲକ୍ଷ ୧୯ ହଜାର ୪୦୭ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୧୭ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୬୧୫୩ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୦୫୩ଟି ସକ୍ରୀୟ କେସ ରହିଛି ଓ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।