କୋରାପୁଟ ୨୪-୦୬ (ଓଡିଆ ପୁଅ /ରଂଜନ ଦାସ) ଗୁରୁବାର କୋରାପୁଟ ଜିଲ୍ଲାରେ ୩୨ଜଣ ମହିଳାଙ୍କ ସମେତ ୧୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬୯୪ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୬, ଜୟପୁର ପୌରାଂଚଳରୁ ୨୨ ଓ ସୁନାବେଡା ପୌରାଂଚଳରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୁରୁବାର କୋଟପାଡ ଏନଏସି ଏବଂ ନନ୍ଦପୁର ବ୍ଲକରେ ଜଣେ ହେଲେ ପଜିଟିଭ ବାହାରି ନ ଥିବା ଜଣାପଡିଛି । ସେହିପରି ବନ୍ଧୁଗାଁ ବ୍ଲକରୁ ୨, ବୈପାରିଗୁଡା ବ୍ଲକରୁ ୨,ବୋରିଗୁମ୍ମା ବ୍ଲକରୁ ୪,ଦଶମନ୍ତପୁର ବ୍ଲକରୁ ୩,ଜୟପୁର ବ୍ଲକରୁ ୭ ଓ କୋରାପୁଟ ବ୍ଲକରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୨,କୁନ୍ଦୁରା ବ୍ଲକରୁ ୩, ଲମତାପୁଟ ବ୍ଲକରୁ ୨,ଲକ୍ଷ୍ମୀପୁର ବ୍ଲକରୁ ୫,ନାରାୟଣପାଟଣା ବ୍ଲକରୁ ୪,ପଟ୍ଟାଙ୍ଗୀ ବ୍ଲକରୁ ୪ଏବଂ ସେମିଲିଗୁଡା ବ୍ଲକରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୨୩ ତାରିଖ ସୁଦ୍ଧା ୩ ଲକ୍ଷ ୫୨ ହଜାର ୪୪୪ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୨୪ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୬୭୩୯ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୮୯୯ ଟି ସକ୍ରୀୟ କେସ ରହିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସୁଦ୍ଧା ଜିଲ୍ଲାରେ କରୋନାରେ ୫୬ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।