କୋରାପୁଟ ୨୫-୦୬(ଓଡିଆ ପୁଅ /ରଂଜନ ଦାସ) ଶୁକ୍ରବାର କୋରାପୁଟ ଜିଲ୍ଲାରେ ୧୯ଜଣ ମହିଳାଙ୍କ ସମେତ ୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭୪୮ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୨, ଜୟପୁର ପୌରାଂଚଳରୁ ୧୪ , ସୁନାବେଡା ପୌରାଂଚଳରୁ ୮ ଏବଂ କୋଟପାଡ ଏନଏସିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶୁକ୍ରବାର ବନ୍ଧୁଗାଁ,କୁନ୍ଦୁରା,ଲମତାପୁଟ, ଲକ୍ଷ୍ମୀପୁର,ନନ୍ଦପୁର.ପଟ୍ଟାଙ୍ଗୀ ଏବଂ ସେମିଲିଗୁଡା ବ୍ଲକରେ ଜଣେ ହେଲେ ପଜିଟିଭ ବାହାରି ନ ଥିବା ଜଣାପଡିଛି । ସେହିପରି ବୈପାରିଗୁଡା ବ୍ଲକରୁ ୧,ବୋରିଗୁମ୍ମା ବ୍ଲକରୁ ୧୦,ଦଶମନ୍ତପୁର ବ୍ଲକରୁ ୬,ଜୟପୁର ବ୍ଲକରୁ ୪ ଓ କୋରାପୁଟ ବ୍ଲକରୁ ୪ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୨ ଓ ନାରାୟଣପାଟଣା ବ୍ଲକରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୨୪ ତାରିଖ ସୁଦ୍ଧା ୩ ଲକ୍ଷ ୫୯ ହଜାର ୨୭୫ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୨୫ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୬୮୨୩ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୮୬୯ ଟି ସକ୍ରୀୟ କେସ ରହିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସୁଦ୍ଧା ଜିଲ୍ଲାରେ କରୋନାରେ ୫୬ଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି ।