କୋରାପୁଟ ୨୭-୦୬(ଓଡିଆ ପୁଅ /ରଂଜନ ଦାସ)ରବିବାର କୋରାପୁଟ ଜିଲ୍ଲାରେ ୨୮ଜଣ ମହିଳାଙ୍କ ସମେତ ୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୮୯୩ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୬, ଜୟପୁର ପୌରାଂଚଳରୁ ୧୨,ସୁନାବେଡା ପୌରାଂଚଳରୁ ୯ ଓ କୋଟପାଡ ଏନଏସିରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ରବିବାର ଜୟପୁର,କୁନ୍ଦୁରା ଓ ଲମତାପୁଟ ବ୍ଲକରୁ ଜଣେ ହେଲେ ପଜିଟିଭ ଚିହ୍ନଟ ହୋଇ ନାହାନ୍ତି । ସେହିପରି ଆଜି ବନ୍ଧୁଗାଁ ବ୍ଲକରୁ ୨,ବୈପାରିଗୁଡା ବ୍ଲକରୁ ୬,ବୋରିଗୁମ୍ମା ବ୍ଲକରୁ ୪,ଦଶମନ୍ତପୁର ବ୍ଲକରୁ ୧ ଓ କୋରାପୁଟ ବ୍ଲକରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୪,ଲକ୍ଷ୍ମୀପୁର ବ୍ଲକରୁ ୧୧,ନନ୍ଦପୁର ବ୍ଲକରୁ ୫.ନାରାୟଣପାଟଣା ବ୍ଲକରୁ ୭,ପଟ୍ଟାଙ୍ଗୀ ବ୍ଲକରୁ ୧ ଏବଂ ସେମିଲିଗୁଡା ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୨୬ ତାରିଖ ସୁଦ୍ଧା ୩ ଲକ୍ଷ ୭୦ ହଜାର ୩୯୯ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୨୭ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୬୯୬୪ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୮୭୩ ଟି ସକ୍ରୀୟ କେସ ରହିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସୁଦ୍ଧା ଜିଲ୍ଲାରେ କରୋନାରେ ୫୬ଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି ।