କୋରାପୁଟ ୦୩-୦୭(ଓଡିଆ ପୁଅ /ରଂଜନ ଦାସ)ଶନିବାର କୋରାପୁଟ ଜିଲ୍ଲାରେ ୨୨ଜଣ ମହିଳାଙ୍କ ସମେତ ୫୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୫୦ ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଳରୁ ୭, ଜୟପୁର ପୌରାଂଚଳରୁ ୫ ଓ ସୁନାବେଡା ପୌରାଂଚଳରୁ ୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ବୋରିଗୁମ୍ମା ବ୍ଲକରୁ ୬,ଦଶମନ୍ତପୁର ବ୍ଲକରୁ ୧,ଜୟପୁର ବ୍ଲକରୁ ୧ ଓ କୋରାପୁଟ ବ୍ଲକରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୨,ଲମତାପୁଟ ବ୍ଲକରୁ ୫,ନାରାୟଣପାଟଣା ବ୍ଲକରୁ ୩,ପଟ୍ଟାଙ୍ଗୀ ବ୍ଲକରୁ ୧ ଓ ସେମଲିଗୁଡା ବ୍ଲକରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । କୋଟପାଡ ଏନଏସି ସମେତ ବନ୍ଧୁଗାଁ, ବୈପାରିଗୁଡା,କୁନ୍ଦୁରା,ଲକ୍ଷ୍ମୀପୁର ଓ ନନ୍ଦପୁର ବ୍ଲକରୁ ଆଜି ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁଲାଇ ୨ ତାରିଖ ସୁଦ୍ଧା ୩ ଲକ୍ଷ ୮୪ ହଜାର ୨୭୯ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଆଜି ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୭୪୮୮ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୭୦୦ ଟି ସକ୍ରୀୟ କେସ ରହିଛି । ଜିଲ୍ଲାରେ ଆଜି ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୬୨ରେ ପହଂଚିଛି ।