ବଲାଙ୍ଗୀର/ଟିଟିଲାଗଡ଼, ୧୫-୦୮ (ଓଡ଼ିଆ ପୁଅ) : ଟିଟିଲାଗଡ଼ ଉପଖଣ୍ଡ ସ୍ତରୀୟ ୭୫ ତମ ସ୍ୱାଧୀନତା ଦିବସ ସ୍ଥାନୀୟ ହାଇସ୍କୁଲ ସ୍ଥିତ ଖେଳ ପଡ଼ିଆରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ରୂପେ ଉପଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ ମହାଜନ ସକାଳ ୯-୧୫ ମିନିଟ ସମୟରେ ଜାତୀୟ ପତାକା ଉତ୍ତୋଳନ କରି ଉଦବୋଧନ ଦେଇଥିଲେ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସକାଳ୪-୩୦ ମିନିଟ ସମୟରେ ରାମଧୂନ ପରିବେଷଣ କରାଯାଇଥିଲା। ସକାଳ ୭ଘଣ୍ଟା ୩୦ ମିନିଟ ସମୟରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। କୋଭିଡ ୧୯ ଗାଇଡ଼ ଲାଇନ ଓ ଗୃହ ବିଭାଗ ଓଡିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ବିଭାଗର କୋଭିଡ ଯୋଦ୍ଧା ମାନଙ୍କୁ ମାନପତ୍ର ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ଏହି କ୍ରମରେ ଟିଟିଲାଗଡ଼ ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ, ପୌରପରିଷଦର ୧୨ ଜଣ ଏବଂ ଟିଟିଲାଗଡ଼ ପୋଲିସ ବିଭାଗର ୧୨ଜଣ ଙ୍କୁ ମାନପତ୍ର ପ୍ରଦାନ କରାଯାଇ ସମ୍ମାନିତ କରାଯାଇଛି।ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀ, ଗଣ ମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ। ଭାରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଡ଼ଃ ଲଳିତ ବାଗ କାର୍ଯ୍ୟକ୍ରମକୁ ପରିଚାଳିତ କରିଥିଲେ।








