Home Top News ୨୦୨୨-୨୩ କେନ୍ଦ୍ର ବଜେଟରେ ଓଡିଶାକୁ ୯, ୭୩୪ କୋଟିର ରେଳ ଅନୁଦାନ ପ୍ରସଙ୍ଗ: ପୂର୍ବୋଦୟ ମିଶନରେ...

୨୦୨୨-୨୩ କେନ୍ଦ୍ର ବଜେଟରେ ଓଡିଶାକୁ ୯, ୭୩୪ କୋଟିର ରେଳ ଅନୁଦାନ ପ୍ରସଙ୍ଗ: ପୂର୍ବୋଦୟ ମିଶନରେ ଓଡିଶାରେ ରେଳ ଭିତିଭୂମିର ବିକାଶକୁ ସର୍ବାଧିକ ପ୍ରାଥମିକତା -ଧର୍ମେନ୍ଦ୍ର ପ୍ରଧାନ

55

– ପୂର୍ବବର୍ଷ ଅପେକ୍ଷା ୭୬% ଅଧିକ ଅନୁଦାନ ପାଇଁ ପ୍ରଧାନମନ୍ତ୍ରୀ ଏବଂ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ
– ଏହି ରେକର୍ଡ ସଂଖ୍ୟକ ଅର୍ଥ ରାଜ୍ୟରେ ରେଳ ପ୍ରକଳ୍ପକୁ ତ୍ୱରାନ୍ୱିତ କରିବ
– ରାଜ୍ୟରେ ରେଳ ଭିତିଭୂମିକୁ ସୁଦୃଢ ସହ ଯାତ୍ରୀଙ୍କ ଗମନାଗମନକୁ ସୁଗମ କରିବ
– ପ୍ରତି ପ୍ରକଳ୍ପର ଆବଶ୍ୟକତା ବିଚାରକୁ ନିଆଯାଇ ଅର୍ଥ ଅନୁଦାନ ଦିଆଯାଇଛି
– ଖୋର୍ଦ୍ଧା ରୋଡ- ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ ପାଇଁ ୮୯୧ କୋଟି ରେଳ ପ୍ରକଳ୍ପକୁ ତ୍ୱରାନ୍ୱିତ କରାଇବ
– ଅନୁଗୁଳ-ସୁକିନ୍ଦା ରୋଡ୍ ଲାଇନ ପାଇଁ ୪୭୫ କୋଟି ଟଙ୍କା ମିଳିବା ନେଇ ଖୁସିବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ
– ସମ୍ବଲପୁର-ତାଳଚେର ରେଳ ଲାଇନର ଦୋହରିକରଣ ପାଇଁ ୧୭୨ କୋଟି, ସମ୍ବଲପୁରଟିଟିଲାଗଡ ରେଳ ଲାଇନର ଦୋହରିକରଣ ପାଇଁ ୯୯ କୋଟି ଦିଆଯାଇଛି
– କଂଗ୍ରେସ ସରକାର ତୁଳନାରେ ମୋଦି ସରକାରରେ ଓଡିଶାକୁ ମିଳୁଛି ବିପୁଳ ଅର୍ଥ

ନୂଆଦିଲ୍ଲୀ/ଭୁବନେଶ୍ୱର, ଫେବୃୟାରୀ ୦୨ (ଓଡ଼ିଆ ପୁଅ) – ଓଡିଶାର ରେଳ ଭିତିଭୂମିର ବିକାଶ ପାଇଁ ଚଳିତ ୨୦୨୨-୨୩ ଆର୍ଥିକ ବର୍ଷରେ କେନ୍ଦ୍ର ରେଳ ବଜେଟରେ ଓଡିଶାକୁ ୯ ହଜାର ୭୩୪ କୋଟି ଟଙ୍କା ଅନୁଦାନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ମୋଦି ସରକାର ପୂର୍ବୋଦୟ ମିଶନରେ ଓଡିଶାରେ ରେଳ ଭିତିଭୂମିର ବିକାଶକୁ ସର୍ବାଧିକ ପ୍ରାଥମିକତା ଦେଇଛନ୍ତି। ଏହି ରେକର୍ଡ ସଂଖ୍ୟକ ଅର୍ଥ ରାଜ୍ୟରେ ରେଳ ପ୍ରକଳ୍ପକୁ ତ୍ୱରାନ୍ୱିତ କରିବା ସହ ରାଜ୍ୟରେ ରେଳ ଭିତିଭୂମିକୁ ସୁଦୃଢ କରିବା ଓ ଯାତ୍ରୀଙ୍କ ଗମନାଗମନକୁ ସୁଗମ କରିବ। ଶ୍ରୀ ପ୍ରଧାନ କହିଛନ୍ତି ଯେ ଓଡିଶା ତଥା ପୂର୍ବ ଭାରତର ବିକାଶ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରାଥମିକତାରେ ରହିଛି। ମୋଦି ସରକାରରେ ବିଗତ ୭ ବର୍ଷରେ ରେଳବାଇ କ୍ଷେତ୍ରରେ ଓଡିଶା ପ୍ରତି ଦୀର୍ଘ ଦିନର ଅବହେଳାକୁ ଦୂର କରାଯାଇ ରାଜ୍ୟକୁ ପ୍ରଚୁର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ୨୦୨୧-୨୨ ଆର୍ଥିକ ବର୍ଷରେ କେନ୍ଦ୍ର ରେଳ ବଜେଟରେ ଓଡିଶାକୁ ୬ ହଜାର ୯୯୫.୫୮ କୋଟି ଟଙ୍କା ଅନୁଦାନ ମିଳିଥିବା ବେଳେ ଏ ବର୍ଷ ଗତବର୍ଷ ଅପେକ୍ଷା ୭୬ ପ୍ରତିଶତ ଅଧିକ ଅନୁଦାନ ବଢିଛି। ଚଳିତଥର ବାସ୍ତବ ସ୍ଥିତି ଓ ପ୍ରକଳ୍ପର କାମକୁ ତ୍ୱରାନ୍ୱିତ କରିବା ଆଧାରରେ ବେଜେଟ୍ ପୂର୍ଣ୍ଣାଙ୍ଗ ହୋଇଛି। ପ୍ରତି ପ୍ରକଳ୍ପର ଆବଶ୍ୟକତା ବିଚାରକୁ ନିଆଯାଇ ଅର୍ଥ ଅନୁଦାନ ଦିଆଯାଇଛି। ମିଶନ ପୂର୍ବଦୋୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କଳ୍ପନା କରାଯାଇଥିବା ବେଳେ ଦେଶର ବିକାଶ ପୂର୍ବ ଭାରତର ନେତୃତ୍ୱ ଦ୍ୱାରା ସମ୍ଭବ ବୋଲି ଏହା ସୁନିଶ୍ଚିତ କରୁଛି। ମୋଦି ସରକାର ଓଡିଶାକୁ ରେଳ କ୍ଷେତ୍ରରେ ପ୍ରାଥମିକତା ଦେଇଛନ୍ତି। ଯାହା ମୋଦି ସରକାରଙ୍କ ଓଡିଶାର ବିକାଶ ପାଇଁ ଥିବା ଅଙ୍ଗିକାରବଦ୍ଧତାକୁ ଦର୍ଶାଉଛି। ଚଳିତ ବଜେଟରେ ବହୁ ପ୍ରତିକ୍ଷୀତ ୨୮୯ କିମି ଖୋର୍ଦ୍ଧା ରୋଡ- ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ ପାଇଁ ୮୯୧ କୋଟି ଟଙ୍କା ଅନୁଦାନ ଦିଆଯାଇଛି। ଏହି ଅନୁଦାନ ପଶ୍ଚିମ ଓଡିଶାବାସୀଙ୍କ ବହୁ ପ୍ରତିକ୍ଷୀତ ରେଳ ପ୍ରକଳ୍ପକୁ ତ୍ୱରାନ୍ୱିତ କରାଇବ। ଏହାବ୍ୟତିତ ବଜେଟରେ ୯୮.୭ କିମିର ଅନୁଗୁଳ-ସୁକିନ୍ଦା ରୋଡ୍ ଲାଇନ ପାଇଁ ୪୭୫ କୋଟି ଟଙ୍କା, ୮୨ କିମି ହରିଦାସପୁର-ପାରାଦୀପ ରେଳ ଲାଇନ ପାଇଁ ୮୫ କୋଟି ଟଙ୍କା ଦିଆଯାଇଛି। ଏହା ଦ୍ୱାରା ଏହି ପ୍ରକଳ୍ପର କାମ ତ୍ୱରାନ୍ୱିତ ହେବ। ସେହିପରି ତାଳଚେର-ବିମଳାଗଡ ୧୫୪ କିମି ରେଳ ଲାଇନ ପାଇଁ ୨୫୦ କୋଟି ଟଙ୍କା ଦିଆଯାଇଥିବା ବେଳେ ଭଦ୍ରକ – ନିଗୃଣ୍ଡି ତୃତୀୟ ଲାଇନ ପାଇଁ ୩୫୧ କୋଟି, ଖୋର୍ଦ୍ଧା-ବାରଙ୍ଗ ତୃତୀୟ ଲାଇନ ପାଇଁ ୧୬୪ କୋଟି, ସମ୍ବଲପୁର- ଟିଟିଲାଗଡ ୧୮୨.୧୧ କିମି ରେଳ ଲାଇନ ଦୋହରିକରଣ ପାଇଁ ୯୯ କୋଟି ଟଙ୍କା, ସମ୍ବଲପୁର-ତାଳଚେର ରେଳ ଲାଇନର ଦୋହରିକରଣ ପାଇଁ ୧୭୨ କୋଟି ଟଙ୍କା, ଝାରସୁଗୁଡା-ବିଳାସପୁର ଚତୁର୍ଥ ଲାଇନ ପାଇଁ ୭୧୭ କୋଟି ଟଙ୍କା ଦିଆଯାଇଛି। ଜୟପୁର –ମାଲକାନଗିରି ୧୩୦ କିମି ପାଇଁ ୧୩ କୋଟି ଟଙ୍କା, ଜୟପୁର- ନବରଙ୍ଗପୁର ପାଇଁ ୮୧ କୋଟି ଟଙ୍କା ଦିଆଯାଇଛି। ଏହି ସବୁ ଅର୍ଥ ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ଏହାବ୍ୟତିତ ଯାତ୍ରୀ ସୁବିଧା ପାଇଁ ୩୦୪.୧୭ କୋଟି ଟଙ୍କା ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ସେ କହିଛନ୍ତି।

କଂଗ୍ରେସ ସରକାରରେ ୨୦୦୯-୧୪ ମଧ୍ୟରେ ଓଡିଶାକୁ ରେଳ ଅନୁଦାନ ବାବଦକୁ ବାର୍ଷିକ ହାରାହାରି ମାତ୍ର ୮୩୮ କୋଟି ଟଙ୍କା ଦିଆଯାଇଥିଲା। ମାତ୍ର ମୋଦି ସରକାରରେ ୨୦୧୪ରୁ ବାର୍ଷିକ ହାରାହରି ପ୍ରାୟ ୫୦୦୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଦିଆଯାଉଛି ବୋଲି ସେ କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.