ନୟାଗଡ଼, ୨ା୫ (ଓଡ଼ିଆ ପୁଅ/ସୁରେନ୍ଦ୍ର ନାଥ ପ୍ରଧାନ): ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ। ସମୁଦାୟ ୯୯ଗୋଟି ଅଭି÷ଯୋଗ ପଂଜିକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୯୩ଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୩ଗୋଟିର ଶୁଣାଣି କରାଯାଇ ସମୁଦାୟ ୨୯ଗୋଟି କେସର ତତ୍କାଳ ସମାଧାନ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୩ଜଣ ଦରଖାସ୍ତକାରୀଙ୍କୁ ମୋଟ ୪୯ହଜାର ଆର୍ଥିକ ଅନୁଦାନ ପ୍ରଦାନ ସହ ୨ଜଣ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ହୁଇଲ୍ ଚେୟାର ଦେବାସହ ଆଉ ଜଣେ ଦିବ୍ୟାଙ୍କ ବ୍ୟକ୍ତିଙ୍କୁ ଆଶାବାଡ଼ି ଏହି ପ୍ରଦାନ କରାଯାଇଥିଲା। ଅବଶିଷ୍ଟ ୬୭ଗୋଟି କେସକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ଜନଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଉମାକାନ୍ତ ମଲ୍ଲିକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ନୟାଗଡ଼, ତହସିଲଦାର ନୟାଗଡ଼, ଜିଲ୍ଲାସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଡା. ଟୁଡୁଙ୍କୁ ସହଯୋଗ କରିଥିଲେ।