ଭଦ୍ରକ, ୩୧ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲା ପୀରହାଟ ଥାନା ବାରସର ପଞ୍ଚାୟତ ଅଧୀନ ତଳଦପା ଗ୍ରାମର ନାରାୟଣ ମଳିକଙ୍କ ପୁଅ ଅନୀଲ (୮) ନାମକ ଜଣେ ବାଳକ ପୋଖରୀରେ ବୁଡି ମୃତ୍ୟୁବରଣ କରିଥିବା ଜଣାପଡିଛି । ପ୍ରକାଶ ଯୋଗ୍ୟ ଯେ ଆଜି ମଧ୍ୟାହ୍ନ ୧୨ ଘଟିକା ସମୟରେ ଅନୀଲ ପୋଖରୀରେ ଗାଧୋଉଥିବାବେଳେ ବୁଡି ଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ତିହିଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତର ତାକୁ ସେଠାରେ ମୃତ ବୋଲି ଘୋଷଣା କରିଥିଲେ । ପୋଲିସ୍ ଏ ସଂପର୍କରେ ଏକ ଅପମୃତ୍ୟୁ ମାମାଲା ରୁଜୁକରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।