Home ଜିଲ୍ଲା ପରିକ୍ରମା ଦୁଇ ଦିନିଆ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ

ଦୁଇ ଦିନିଆ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ

25

ଭଦ୍ରକ, ୨୧ା୧୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଓ ମାର୍ଗ ଦର୍ଶିକା ଅନୁଯାୟୀ ଭଦ୍ରକ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଆୟୋଜନ ନେଇ ଦିନ, ସ୍ଥାନ ଓ ବିଭିନ୍ନ କାର୍ଯ୍ୟସୂଚୀ ନିର୍ଦ୍ଧାରଣ କରାଯାଇଛି । ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବାଧାନରେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ମସ୍ôୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଦ୍ୱାରା ନଭେମ୍ବର ୨୫ ରୁ ୨୬ ତାରିଖ ଦୁଇ ଦିନ ଧରି ଭଦ୍ରକ ସ୍ୱୟସଂଶାସିତ ମହାବିଦ୍ୟାଳୟ ପରିସରରେ ଏହି ମେଳା ଅନୁଷ୍ଠିତ ହେବା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ôଚଛି । ମତ୍ସ୍ୟ ପ୍ରାଣୀ ସମ୍ପଦର ଅଭିବୃଦ୍ଧି, ରାଜ୍ୟର ଚାଷୀଙ୍କ ସମୃଦ୍ଧି ଆଭିମୁଖ୍ୟ ଆଧାରରେ ଆୟୋଜିତ ହେବାକୁ ଏହି ମେଳାରେ ସଚେତନତା ବୃଦ୍ଧି ଉଦ୍ଦେଶ୍ୟରେ ମତ୍ସ୍ୟ, ପ୍ରାଣୀ ସମ୍ପଦ ଓ ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟକ୍ରମର ପ୍ରଦର୍ଶନୀ ଆୟୋଜିତ ହେବା ସାଙ୍ଗକୁ ଜୀବନ୍ତ ପ୍ରାଣୀ ଓ ମସ୍ୟ ସମ୍ପଦର ପ୍ରଦର୍ଶନ କରାଯିବ । ଏଥିରେ ଭଦ୍ରକ ଜିଲ୍ଲାର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ସମ୍ବନ୍ଧରେ ଆଲୋଚନା କରାଯିବ । ମତ୍ସ୍ୟଚାଷୀ ଓ ପ୍ରାଣୀପାଳକମାନଙ୍କ ସଫଳ କାହାଣୀ ସହିତ ବିଶେଷଜ୍ଞମାନେ ଉପଯୋଗୀ ପରାମର୍ଶ ପ୍ରଦାନ କରିବେ । ସଫଳ ଚାଷୀମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯିବ । ଉଦ୍‌ଘାଟନୀ ଓ ଉଦ୍‌ଯାପନୀ ଦିବସରେ ଜିଲ୍ଲା ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ଡ଼. ବ୍ୟୋମକେଶ ରାୟ, ସାଂସଦ ମଞ୍ଜୁଲତା ମଣ୍ଡଳ, ଭଣ୍ଡାରିପୋଖୀ ବିଧାୟକ ପ୍ରଫୁଲ୍ଲ ସାମଲ, ଭଦ୍ରକ ବିଧାୟକ ସଂଜୀବ କୁମାର ମଲ୍ଲିକ, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ, ଭଦ୍ରକ ଜିଲ୍ଲା ପରିଷଦ ସଭାପତି ପ୍ରଫୁଲ୍ଲ କୁମାର ଜେନା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସାଧାରଣ ସଭା, ସମ୍ବର୍ଦ୍ଧନା ଜ୍ଞାପନ ସହ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଉପଜିଲ୍ଲାପାଳ ମନୋଜ ପାତ୍ରଙ୍କ ପରିଚାଳନାରେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡ଼ା. ହୃଷିକେଶ ବେହେରା, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରକାଶ ଚନ୍ଦ୍ର ନାୟକ ଏବଂ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ଜରିଆରେ ବିଭିନ୍ନ ସବ୍‌କମିଟି ଗଠନ କରାଯାଇ ଏହି କାର୍ଯ୍ୟକ୍ରମ ଆୟୋଜନର ଆନୁସଙ୍ଗିକ ଦାୟିତ୍ୱ ଅର୍ପଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.