Home ଜିଲ୍ଲା ପରିକ୍ରମା ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣୀ ଶିବିର କାର୍ଯ୍ୟକ୍ରମ

ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣୀ ଶିବିର କାର୍ଯ୍ୟକ୍ରମ

7

ଭଦ୍ରକ, ୨୨ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ପଂଚାୟତ ସମିତି କାର୍ଯ୍ୟାଳୟ, ଭଦ୍ରକ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଜିଲ୍ଲାପାଳ ଦିଲିପ ରାଉତରାଏ, ଆରକ୍ଷୀ ଅଧ୍ୟୀକ୍ଷକ ମନୋଜ ରାଉତ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ସରୋଜ ଦତ, ଉପଜିଲ୍ଲାପାଳ ସୌରଭ ଚକ୍ରବର୍ତୀ, ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଧନାଇ ଚରଣ ଟୁଡୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଭଦ୍ରକ ରଶ୍ମିରଞ୍ଜନ ମଲ୍ଲିକ ଓ ଅନ୍ୟ ବିଭାଗର ଅଧିକାରୀ ମାନେ ଯୋଗଦେଇଥିଲେ। ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଦାଖଲ ହୋଇଥିବା ଅଭିଯୋଗ ପତ୍ରକୁ ସମାଧାନ ପାଇଁ ପଦକ୍ଷେପ ନେଇଥିଲେ। ଆଜିର ଜନଶୁଣାଣୀ ଶିବିରରେ ମୋଟ ୯୦ ଆବେଦନ ପତ୍ର ଦାଖଲ ହୋଇଥିଲା। ସେଥିରୁ ୭୦ ଟି ବ୍ୟକ୍ତିଗତ ଥିଲାବେଳେ , ୨୦ ଟି ସାମୁହିକ ଥିଲା। ୨୬ ଟି ର ସମାଧାନ ସଙ୍ଗେ ସଙ୍ଗେ ହୋଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ରୁ ୪ ଜଣଙ୍କୁ ଓ ରେଡକ୍ରସ ରୁ ୪ ଜଣଙ୍କୁ ମୋଟ ୭୫,୦୦୦/- ଟଙ୍କା ପ୍ରଦାନ କରାଯାଇଥିଲା। ଆଜିର ଜନଶୁଣାଣୀ ରେ ମୁଖ୍ୟତଃ ରେସନ କାର୍ଡ, ମଧୁବାବୁ ପେନସନ, ପି ଏମ ଆବାସ ଯୋଜନା ରେ ଗୃହ ବଂଟନ, ଜମିଜମା ସଂପର୍କିତ ଅଭିଯୋଗ ଦାଖଲ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.