ଭଦ୍ରକ, ୨୭ା୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକର ଏକ ଅଗ୍ରଣୀ କମ୍ପ୍ୟୁଟର ଶିକ୍ଷାନୁଷ୍ଠାନ, ଇ-ସେବା ଯୋଗାଣକାରୀ ଓ ସୋଲାର ବିତରଣ ସଂସ୍ଥା ମାକ୍ରୋୱେବ୍ ଟେକ୍ନୋଲୋଜିରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ପୂର୍ବ ପ୍ରସ୍ତୁତି ଅନୁଯାୟୀ ଏହି ରାଷ୍ଟ୍ରୀୟ ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ସ୍ତମ୍ଭକାର ଅଭୟ ଦ୍ୱିବେଦୀ ଜାତୀୟ ପତାକା ଉତୋଳନ କରି ଉଦ୍ବୋଧନ ଦେବା ଅବସରରେ ଏହି ଦିବସ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ପ୍ରମୋଦ ରାୟ ଉପସ୍ଥିତ ଥିବାବେଳେ ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶକ ମନୋଜ କୁମାର ରାୟ ଓ ଛାତ୍ରଛାତ୍ରୀଙ୍କ ସମେତ କର୍ମକର୍ତା ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ନିର୍ଦ୍ଦେଶିକା ନମ୍ରତା ରାୟ ପରିଚାଳନା କରିଥିଲେ ।








