Home ଜିଲ୍ଲା ପରିକ୍ରମା ଭଦ୍ରକ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ସମ୍ଭାର,ଲୁକ୍କାୟିତ ପ୍ରତିଭାର ବିକାଶ ପାଇଁ ବାର୍ଷିକ ଉତ୍ସବ...

ଭଦ୍ରକ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ସମ୍ଭାର,ଲୁକ୍କାୟିତ ପ୍ରତିଭାର ବିକାଶ ପାଇଁ ବାର୍ଷିକ ଉତ୍ସବ ପ୍ରକୃଷ୍ଠ ମଂଚ

10

ଭଦ୍ରକ, ୩ା୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ପିଲାମାନଙ୍କର ମାନସିକ, ଶାରୀରିକ ଓ ବୌଦ୍ଧିକ ବିକାଶ ନିମେନ୍ତ କେୈଶାର ସମୟ ହିଁ ପ୍ରକୃଷ୍ଟ ସମୟ । ପିଲାମାନଙ୍କର ଲୁକ୍କାୟିତ ପ୍ରତିଭାର ବିକାଶ ସହ ବିଦ୍ୟାର୍ଥୀଙ୍କ ପ୍ରତିଭା ପ୍ରଦଶର୍ନ ପାଇଁ ଶିକ୍ଷାନୁଷ୍ଠାନରେ ବାର୍ଷିକ ଉତ୍ସବ ଏକ ପ୍ରକୃଷ୍ଟ ମଂଚ । ପାଠପଢା ସହିତ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ ଅନ୍ୟମାନଙ୍କୁ ପ୍ରେରଣା ଦେଇଥାଏ ବୋଲି ଭଦ୍ରକ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକଉତ୍ସବ ପାଳନ ଅବସରରେ ଯୋଗଦେଇଥିବା ଅତିଥିମାନେ ପ୍ରକାଶ କରିଥିଲେ । ପୂର୍ବାହ୍ଣ ୧୦ ଘଟିକାରେ ପ୍ରଧାନ ଶିକ୍ଷକ ପ୍ରିୟଙ୍କା ପ୍ରିୟଦର୍ଶିନୀ ନାୟକଙ୍କ ସଭାପତିତ୍ୱ ଓ ଶିକ୍ଷକ ମନୋଜ ସାହୁଙ୍କ ସଂଯୋଜନାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭଦ୍ରକ ବିଧାୟକ ସୀତାଂଶୁ ସେଖର ମହାପାତ୍ର ଯୋଗ ଦେଇଥିବାବେଳେ ବରେଣ୍ୟ ଅତିଥି ଭାବେ ବ୍ଲକ ଶିକ୍ଷାଧିକାରୀ ଚକ୍ରଧର ମଲିକ,ସମାଜସେବୀ ତଥା ବିଦ୍ୟାଳୟ ପଂଚସଖା ଶିକ୍ଷା ସେତୁ ସଭାପତି ଅଞ୍ଜନା ମିଶ୍ର ଓ ମୁଖ୍ୟବକ୍ତା ଭାବରେ ଶିକ୍ଷାବିତ ଦୈତାରୀ ମହାପାତ୍ର ଯୋଗ ଦେଇଥିଲେ । ଶିକ୍ଷୟିତ୍ରୀ ସବିତା ଜେନା ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଶିକ୍ଷକ ବିଜୟ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଅପରାହ୍ଣ ୩ ଘଟିକାରେ ଉଦ୍‌ଯାପନୀ ସଭାରେ ଜିଲ୍ଲାପାଳ ଦିଲୀପ ରାଉତରାଏ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପିଲାମାନଙ୍କୁ ପୁରସ୍କାର ବିତରଣ କରିବା ଅବସରରେ ଜୀବନରେ ନିରହଙ୍କାର ଓ ବିନୟୀ ରହିବା ସହ ଦେଶ ଓ ଜାତି ପାଇଁ ସମପର୍ଣ ଭାବ ରଖିଲେ ଈଶ୍ୱରଙ୍କ ଆଶୀର୍ବାଦ ମିଳେ ବୋଲି ପିଲାମାନଙ୍କୁ ଉପଦେଶ ଦେଇଥିଲେ । ସମ୍ମାନିତ ଅତିଥି ଭାବରେ ପାରିଷଦ ସୌଭାଗ୍ୟଲକ୍ଷ୍ମୀ ସ୍ୱାଇଁ ଯୋଗ ଦେଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଉକ୍ତ ଉତ୍ସବରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଶିକ୍ଷା କମର୍ଚାରୀ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.