Home ଜିଲ୍ଲା ପରିକ୍ରମା ପୁଣି ବିଜେଡିର ବଡ଼ ଆକ୍ସନ,ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଏବଂ ଧାମନଗରର ପୂର୍ବତନ ବିଧାୟକ...

ପୁଣି ବିଜେଡିର ବଡ଼ ଆକ୍ସନ,ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଏବଂ ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ନିଲମ୍ବିତ

12

ଭଦ୍ରକ, ୬ା୪ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ବିଜେଡିର ପୁଣି ବଡ଼ ଆକ୍ସନ । ମଞ୍ଜୁଲତା ମଣ୍ଡଳ ଓ ମୁକ୍ତିକାନ୍ତ ମଣ୍ଡଳ ବିଜେଡିରୁ ନିଲମ୍ବିତ । ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ବିଜେଡିରୁ ସସ୍ପେଣ୍ଡ ହୋଇଛନ୍ତି । ସେହିଭଳି ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଦଳରୁ ନିଲମ୍ବିତ ହୋଇଛନ୍ତି । ଉଭୟ ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡିରୁ ନିଲମ୍ବିତ ହୋଇଥିବା ଜଣାପଡିଛି ।ନିଲମ୍ବିତ ପରେ ମୁକ୍ତିକାନ୍ତ ମଣ୍ଡଳ କହିଛନ୍ତି, କାହିଁକି ସସ୍ପେଣ୍ଡ କରାଗଲା ମୁଁ ଜାଣିନି । ମୁଁ କୌଣସି ପ୍ରକାର ଦଳବିରୋଧୀ କାର୍ଯ୍ୟ କରିନାହିଁ । ସରପଓଠରୁ ମୋର ରାଜନୈତିକ କ୍ୟାରିୟର ଆରମ୍ଭ । କେହି ଅସହିଷ୍ଣୁ ବ୍ୟକ୍ତିବିଶେଷ କିଛି ରିପୋର୍ଟ କରିଥାଇ ପାରନ୍ତି ବୋଲି ସେ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.