Home ଜିଲ୍ଲା ପରିକ୍ରମା ଆଜି ଠାରୁ ଟିଲୋ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ

ଆଜି ଠାରୁ ଟିଲୋ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ

4

ଭଦ୍ରକ, ୯ା୪ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଏହି ଜିଲାର ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଆଜି ଠାରୁ ଆରମ୍ଭ ହେଉଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡିଶା ବିଧାନସଭାର ମାନ୍ୟବର ବାଚସ୍ପତି ସୁରମା ପାଢୀ, ଉଦ୍‌ଘାଟକ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ସମ୍ମାନୀତ ଅତିଥି ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ କୁମାର ମଲ୍ଲିକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ଉତ୍ସବ ୩ ଦିନ ଧରି ଚାଲିବାକୁ ଥିବା ବେଳେ ପ୍ରତ୍ୟେହ ୨ଟି ଅଧିବେଶନ ଅନୁଷ୍ଠିତ ହେବ । ପ୍ରଥମ ଅଧିବେଶନ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ଏବଂ ୨ୟ ଅଧିବେଶନ ସନ୍ଧ୍ୟା ୫ଟାରୁ ରାତି ୧୦ ପର୍ଯ୍ୟନ୍ତ ଚାଲିବ । ପ୍ରତି ଅଧିବେଶନରେ ସାଧାରଣ ସଭା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସୁବର୍ଣ୍ଣ ଜୟନ୍ତୀ କମିଟି ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.